25
ବିଲ୍‍ଦଦ୍‍-ମନୁଷ୍ୟ ପକ୍ଷେ ଧାର୍ମିକ ଓ ଶୁଚି ଅସମ୍ଭବ
ଏଥିରେ ଶୂହୀୟ ବିଲ୍‍ଦଦ୍‍ ଉତ୍ତର କରି କହିଲା,
“ପ୍ରଭୁତ୍ୱ ଓ ଭୟ ତାହାଙ୍କଠାରେ ଥାଏ;
ସେ ଆପଣା ଉଚ୍ଚସ୍ଥାନରେ ଶାନ୍ତି ସମ୍ପାଦନ କରନ୍ତି।
ତାହାଙ୍କ ସୈନ୍ୟଦଳର କି କୌଣସି ସଂଖ୍ୟା ଅଛି?
କାହା ଉପରେ ତାହାଙ୍କ ଦୀପ୍ତି ଉଦିତ ନ ହୁଏ?
ତେବେ ମନୁଷ୍ୟ କିପରି ପରମେଶ୍ୱରଙ୍କ ଛାମୁରେ ଧାର୍ମିକ ହୋଇ ପାରିବ?
ଅବା ସ୍ତ୍ରୀଜାତ ଲୋକ କିପରି ଶୁଚି ହୋଇ ପାରିବ?
ଦେଖ, ତାହାଙ୍କ ଦୃଷ୍ଟିରେ ଚନ୍ଦ୍ର ହିଁ ନିସ୍ତେଜ ଅଟେ
ଓ ତାରାଗଣ ନିର୍ମଳ ନୁହନ୍ତି;
ତେବେ କୀଟମାତ୍ର ମନୁଷ୍ୟ କʼଣ!
ଓ କୃମିମାତ୍ର ମନୁଷ୍ୟ-ସନ୍ତାନ କʼଣ?”